The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

ମହାପ୍ରଭୁଙ୍କ ନୀତି ଅନନ୍ୟ। ଚତୁର୍ଦ୍ଧାମୂରତି ରଥରୁ ଓହ୍ଲାଇ ଶ୍ରୀମନ୍ଦିର ଓ ରତ୍ନ ସିଂହାସନ ବେଦୀକୁ ଯିବା ନୀତି ପରମ୍ପରାକୁ ନିଳାଦ୍ରିବିଜେ କୁହାଯାଏ। ନଅଦିନ ବ୍ୟାପୀ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ହେଉଛି ନୀଳାଦ୍ରିବିଜେ। ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି। ଏହି ନିଳାଦ୍ରିବିଜେ ନୀତିରେ ସରେ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା। ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ।

ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ଓ ତୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ। ଏହି ପରମ୍ପରା ଅନେକ ବର୍ଷ ଧରି ହୋଇଆସୁଛି। ନୀଳାଦ୍ରିବିଜେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରିବା ପରେ ପହଣ୍ଡି ହୋଇଥାଏ।

ଗୁରୁତ୍ୱପୂର୍ଣ୍ଣ ନୀତି:

ନୀଳାଦ୍ରି ବିଜେ ଦିନ ରଥ ଉପରେ ଠାକୁରମାନଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧାଯାଏ। ଏହାପରେ ଦର୍ଶନ ପାଇଁ କିଛି ସମୟ ଭକ୍ତମାନଙ୍କୁ ରଥ ଉପରକୁ ଛଡା ଯାଇଥାଏ। ଏହା ପରେ ବିଜେ କାହାଳି ବାଜେ ଓ ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ।

ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରାଇଥାନ୍ତି। ଏହା ପରେ ଗୋଟି ପହଣ୍ଡି କ୍ରମରେ ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର ଓ ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ। ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ହୋଇଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ହୋଇଥାଏ।

ଲକ୍ଷ୍ମୀ-ନାରାୟଣ କଳି:

ଠାକୁରଙ୍କ ମାନବୀୟ ଲୀଳାର ବିଶେଷ ପର୍ବ ଲକ୍ଷ୍ମୀ-ନାରାୟଣ କଳି। ଶେଷରେ ଜଗନ୍ନାଥ ମହାପ୍ରଭୁଙ୍କ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥାନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ହୁଏ। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରୁହେ ଏବଂ କିଛି କ୍ଷଣ ପରେ ଖୋଲାଯାଏ।

ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକଟରେ ବିଜେକରିବା ସମୟରେ ସେହି ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ହୋଇଥାଏ ଓ ଏହା ପରେ ଜୟ ବିଜୟ ଦ୍ୱାର ଫିଟିଥାଏ।

ଲକ୍ଷ୍ମୀଙ୍କ ମାନଭଞ୍ଜନ:

ମହାପ୍ରଭୁ ପହଣ୍ଡି ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘରଠାରେ ପହଞ୍ଚିବା ପରେ ଗଇଁଠାଳ ଫିଟେ। ଏହା ପରେ ବନ୍ଦାପନା, ରସଗୋଲା ଭୋଗ ଇତ୍ୟାଦି ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ହୋଇଥାଏ। ଏହା ପରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରନ୍ତି।

ଏହି ଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ଜଗନ୍ନାଥ ମହାପ୍ରଭୁଙ୍କ ରସଗୋଲା ଭୋଗ ହୋଇଥାଏ। ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ୱ ଗୃହରେ ଅତ୍ୟନ୍ତ ଶୁଦ୍ଧପୂତ ଭାବରେ ଏହି ରସଗୋଲା ତିଆରି ହୋଇଥାଏ। କୁହାଯାଏ ଯେ ମହାପ୍ରଭୁ ଲକ୍ଷ୍ମୀଦେବୀଙ୍କୁ ରସଗୋଲା ଖୁଆଇ ତାଙ୍କର ମାନଭଞ୍ଜନ କରିଥାନ୍ତି।

ଏହା ପରେ ଅନ୍ୟ ମୂର୍ତ୍ତି ବିଜେ ହୁଅନ୍ତି। ଏହାକୁ ଗୋଟି ପହଣ୍ଡି କୁହାଯାଏ। ଠାକୁରମାନେ ଜଣକ ପରେ ଜଣେ ବିଜେ ହେଲେ ଧାଡିପହଣ୍ଡି କୁହାଯାଏ। ସେହିପରି ହାତକୁ ହାତ ଧରି ଯୋଡିହୋଇ ଚାଲିବାକୁ ହାତପ‍ଇଠ ବୁଝାଏ।

Author Image

Independence News

Recent Posts

The Independence:ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

ପାଣ୍ଡିଆନଙ୍କ-ରାଜନୈତିକ-ଅଭିଳାଷକୁ-ଚରିତାର୍ଥ-କରିବା-ପାଇଁ-ବିଜେଡିର-ମ୍ୟାନିଫେଷ୍ଟୋ-ଆସିଛି-ଅନିଲ-ବିଶ୍ୱାଳ

The Independence:Prime-Minister-Modi-will-come-to-Odisha-tomorrow

କାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

The Independence:Naveen-Bishnudev-Sai-has-not-done-anything-new-for-the-development-of-Odisha

ଓଡ଼ିଶାର ବିକାଶ ପାଇଁ ନୂଆ କିଛି କରିନାହାନ୍ତି ନବୀନ –ବିଷ୍ଣୁଦେବ ସାଏ

The Independence:Union-Ministers-response-to-allegations-of-BJP-breaking-BJD

ବିଜେଡିକୁ ବିଜେପି ଭାଙ୍ଗି ଦେବା ଅଭିଯୋଗ ଉପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:The-Union-Minister-went-door-to-door-in-Sambalpur

ସମ୍ବଲପୁରରେ ଘର ଘର ବୁଲି ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ

The Independence:Hundreds-of-BJJ-leaders-and-workers-from-Bari-constituency-joined-the-BJP

ବରୀ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି ନେତା ଓ କର୍ମୀ ବିଜେପିରେ ଯୋଗ ଦେଲେ

The Independence:BJP-delegation-met-the-Chief-Electoral-Officer-of-the-state

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:PMs-press-conference-in-Sambalpur-with-Modi-guarantee-and-Odisha-resolution-letter

ମୋଦୀ ଗ୍ୟାରେଣ୍ଟି ଏବଂ ଓଡ଼ିଶା ସଂକଳ୍ପ ପତ୍ର ନେଇ ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରେସମିଟ୍

The Independence:BJG-government-will-end-Baijayant-Panda

ବିଜେଡି ସରକାରର ଅନ୍ତ ହେବ: ବୈଜୟନ୍ତ ପଣ୍ଡା

The Independence:BJC-candidate-Pranab-Das-showed-2-in-Arts-in-2009-while-science-student-showed-2-in-2024-is-ridiculous-Thachanambar-Acharya

ବିଜେଡି ପ୍ରାର୍ଥୀ ପ୍ରଣବ ଦାସ ସତ୍ୟପାଠରେ ୨୦୦୯ରେ +୨ କଳା ଦେଖାଇଥିବା ବେଳେ ୨୦୨୪ରେ +୨ ବିଜ୍ଞାନ ଛାତ୍ର ଦେଖାଇବା ହାସ୍ୟାସ୍ପଦ: ପିତାମ୍ବର ଆଚାର୍ଯ୍ୟ

The Independence:Union-Minister-in-Sambalpur-at-the-merger-festival

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

The Independence:ରାଜ୍ୟ-ମୁଖ୍ୟ-ନିର୍ବାଚନ-ଅଧିକାରୀଙ୍କୁ-ଭେଟିଲା-ବିଜେପି-ପ୍ରତିନିଧିମଣ୍ଡଳୀ

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

The Independence:June-4-Expiry-date-of-BJG-Govt---Prime-Minister

ଜୁନ୍ ୪ ବିଜେଡି ସରକାରର ଏକ୍ସପାୟରୀ ଡେଟ୍ – ପ୍ରଧାନମନ୍ତ୍ରୀ

The Independence:If-the-BJP-government-is-formed-in-Odisha-drinking-water-problem-will-be-solved-as-a-priority-Bhatrahari-Mahatab

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ଭତୃହରି ମହତାବ

The Independence:Cow-Slaughtering-Beef-Smuggling-in-Odisha-High

Odisha : ବୃଦ୍ଧି ପାଇବାରେ ଲାଗିଛି ଗୋମାଂସ ଚୋରାଚାଲାଣ

The Independence:Odisha-Cow-Slaughtering

Odisha : ଗୋ ମାଂସ ବୋଝେଇ ଟ୍ରକ ଜବତ

The Independence:Jagannath-Temple-Odisha-Mumbai

ଓଡିଶା ବାହାରେ ମହାପ୍ରଭୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର

The Independence:Modi-Government-9-Years-Seva-Susasan-Garib-Kalyana

ନ’ ବର୍ଷର ସୁଶାସନ

The Independence:Rath-Yatra-2023-Lakhs-of-devotees-witness-Suna-Besha-of-Holy-Trinity-in-Puri

ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

The Independence:Puri-Ratha-Jatra-2023-Jay-Jagannath

ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ତିନି ରଥ

The Independence:Ratha-Jatra-2023-ନୀଳାଦ୍ରିବିଜେରେ-ନୀଳକନ୍ଦରକୁ-ଫେରନ୍ତି-ନୀଳାଦ୍ରିନାଥ-ସରେ-ଜନ୍ମବେଦି-ଲୀଳା

Ratha Jatra 2023: ନୀଳାଦ୍ରିବିଜେରେ ନୀଳକନ୍ଦରକୁ ଫେରନ୍ତି ନୀଳାଦ୍ରିନାଥ; ସରେ ଜନ୍ମବେଦି ଲୀଳା

The Independence:Jagannath-Temple-Rath-Jatra

ଏକାବନ ଦିନରେ ଚଳଚଞ୍ଚଳ ରଥଖଳା

The Independence:ପ୍ରେମିକାକୁ-ଛୁରୀ-ଭୁଷିଲା-ପଥରରେ-ଛେଚି-ମୁହଁ-ନଷ୍ଟ-କଲା-ଜହ୍ଲାଦ-ପ୍ରେମିକ-ସାହିଲ-ଖାଁ

ପ୍ରେମିକାକୁ ଛୁରୀ ଭୁଷିଲା, ପଥରରେ ଛେଚି ମୁହଁ ନଷ୍ଟ କଲା ଜହ୍ଲାଦ ପ୍ରେମିକ ସାହିଲ ଖାଁ

The Independence:Land-Jihad-Dwarka

ଜମି ଜିହାଦର ଅନ୍ୟନାମ ଦ୍ୱାରକା